ଆଜି ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ
ଆଜି ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଅପରାହ୍ଣ ୨ଟା ୩୦ରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ୩ଟା ୦୫ରେ ପୁରୀ ହେଲିପ୍ୟାଡରେ ପହଞ୍ଚିବେ । ହେଲିପ୍ୟାଡରୁ ୩ଟା ୧୫ରେ ବାହାରି ୩ଟା ୨୫ରେ ରାଜଭବନରେ ଅବସ୍ଥାନ କରିବେ । ୪ଟା ୫୦ରେ ରାଜଭବନରୁ ବାହାରି ଶ୍ରୀମନ୍ଦିରକୁ ଯିବେ । ସଂଧ୍ୟା ୫ଟାରୁ ୫ଟା ୪୫ ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ ।
ସେହିଭଳି ଆସନ୍ତାକାଲି ଅର୍ଥାତ୍ ୨୦ତାରିଖ ସକାଳ ୧୦ଟା ୩୫ରେ ଗୌଡୀୟ ମଠ ପରିଦର୍ଶନ କରି ପୂର୍ବାହ୍ନ ୧୧ଟାରେ ଗୌଡୀୟ ମିଶନର ପ୍ରତିଷ୍ଠାତା ଶ୍ରୀମଦ୍ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ମହାରାଜଙ୍କ ୧୫୦ତମ ଜୟନ୍ତୀ ସମାରୋହ ଉତ୍ସବରେ ଯୋଗ ଦେବେ ।
ରାଷ୍ଟ୍ରପତିଙ୍କ ଦୁଇଦିନିଆ ଗସ୍ତ ପାଇଁ ବ୍ଲୁ ବୁକ୍ ବ୍ୟବସ୍ଥା ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଗତକାଲି ପୁରୀରେ କାରକେଡ ରିହର୍ସାଲ ହୋଇଥିଲା ।ସୁରକ୍ଷା ଦୃଷ୍ଟିରୁ ୪୦ପ୍ଲାଟୁନ ଫୋର୍ସ ଓ ୨ଶହ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ହେଲିପ୍ୟାଡଠାରୁ ଆରମ୍ଭ କରି ବଡଦାଣ୍ଡ ଓ ଶ୍ରୀମନ୍ଦିର ପର୍ୟ୍ୟନ୍ତ ବ୍ୟାରିକେଡିଂ କରାଯାଇଛି । ବ୍ଲୁ-ବୁକ୍ ସୁରକ୍ଷା ବ୍ୟବସ୍ଥା ଅନୁସାରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।