୪ ଘଂଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ ।ଏହା ଏକ ଗୁପ୍ତ ସେବା ଏବଂ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ୟ୍ୟନ୍ତ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ ।
କରୋନା ତଳମୁହାଁ ହେବା ପରେ ପ୍ରାୟ ୩ ସପ୍ତାହ ପରେ ଗତ ୧ ତାରିଖରୁ ଭକ୍ତଙ୍କ ପାଇଁ ଖୋଲିଛି ବଡ଼ ଦେଉଳ। କରୋନା କଟକଣା ଭିତରେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ ହୋଇଛି। ସକାଳ ୬ଟାରୁ ଦର୍ଶନ ଆରମ୍ଭ ହୋଇଥିବା ବେଳେ ରାତି ୯ଟା ପର୍ୟ୍ୟନ୍ତ ଭକ୍ତଙ୍କ ପାଇଁ ଖୋଲା ରହୁଛି ଶ୍ରୀମନ୍ଦିର।