THE BYAPINI

ଆଜିଠୁ ୪ ଦିନ ପର୍ଯ୍ୟନ୍ତ ପୁଣି ଭିଜିବ ଓଡ଼ିଶା!

Get real time updates directly on you device, subscribe now.

ଆଜିଠୁ ୪ ଦିନ ପର୍ଯ୍ୟନ୍ତ ପୁଣି ଭିଜିବ ଓଡ଼ିଶା। ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍ସ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି û ଆସନ୍ତା ୨୪ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ଶୀତ କମିଯିବ । ଆଜି ଉପକୂଳ ଓଡ଼ିଶାର ଜିଲ୍ଲା ଯଥା କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

୨୨ ତାରିଖ ଦିନ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ଦେବଗଡ଼ ଆଦି ମୁଖ୍ୟତଃ ଉତ୍ତର ଆଭ୍ୟନ୍ତର ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୨୩ ତାରିଖ ଆଡ଼କୁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ମଧ୍ୟମଧରଣର ବର୍ଷା ହୋଇପାରେ । ଏଣୁ ଏହି ୬ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିପରି ୨୪ ତାରିଖ ଦିନ ମଧ୍ୟ ରାଜ୍ୟର କିଛି କିଛି ଜିଲ୍ଲା ବିଶେଷକରି ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ରହିଛି ।

୨୩ରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ାର କିଛି ସ୍ଥାନରେ ବର୍ଷା ହୋଇପାରେ । ଏ ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।ସେହିଭଳି ୨୪ରେ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଜିଲ୍ଲାରେ ମଧ୍ୟମ ପରିମାଣର ବର୍ଷା ହେବା ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି । ରାଜ୍ୟରେ ମେଘୁଆ ପାଗ ଓ ବର୍ଷା ଆଶଙ୍କା ଥିବାରୁ ରାତି ତାପମାତ୍ରା କମିବ ବୋଲି ମଧ୍ୟ କୁହାଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.