୩ ଦିନ ପ୍ରବଳ ବର୍ଷା!
ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ତିନି ଦିନ ଧରି ପ୍ରବଳ ବର୍ଷା ହେବ । କିଛି ଜିଲ୍ଲାରେ ମଧ୍ୟମରୁ ହାଲୁକା ଧରଣରୁ ବର୍ଷା ହେବାର ସମ୍ଭାବନା ରହିଛି । ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନ ରହିଛି । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୪ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।