THE BYAPINI

ପରଲୋକରେ ପଦ୍ମଶ୍ରୀ ଶାନ୍ତିଦେବୀ

Get real time updates directly on you device, subscribe now.

ପରଲୋକରେ ପଦ୍ମଶ୍ରୀ ଶାନ୍ତିଦେବୀ । ମୃତ୍ୟୁବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା । ଗତକାଲି ବିଳମ୍ବିତ ରାତିରେ ହଠାତ ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଚେତାଶୂନ୍ୟ ହୋଇପଡିଥିଲେ । ଏହାପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
୧୭ ବର୍ଷ ବୟସରୁ ଶାନ୍ତିଦେବୀ ସମାଜସେବା ଓ ଭୂଦାନ ଆନ୍ଦୋଳନରେ ଯୋଗ ଦେଇଥିଲେ । ରାୟଗଡାର ବିଭିନ୍ନ ସ୍ଥାନରେ ସେବା ସମାଜ ପ୍ରତିଷ୍ଠା କରି ଅନାଥ ଆଦିବାସୀ ଶିଶୁଙ୍କୁ ଆଲୋକର ବାର୍ତା ଦେଖାଇଥିଲେ । ଗତବର୍ଷ ନଭେମ୍ବର ୯ ତାରିଖରେ ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ଉପାଧି ଗ୍ରହଣ କରିଥିଲେ । ନିଜର ନିଷ୍ଠାପର ସାଧନା, ଜନସେବା , ଅନାଥ ଓ ଆଦିବାସୀଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ କୋରାପୁଟ ଜିଲ୍ଲାର ଉପାନ୍ତ ଅଂଚଳରେ ଦୀର୍ଘବର୍ଷ ଧରି କାମ କରିଥିଲେ ।
୧୯୩୪ ଏପ୍ରିଲ୍‌ ୧୮ରେ ବାଲେଶ୍ୱର ଜିଲ୍ଲାରେ ଶାନ୍ତି ଦେବୀ ଜନ୍ମ ଗ୍ରହଣ କରିଥିଲେ। ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ଗ୍ରହଣ କରିଥିଲେ ଓ ୧୯୫୧ ମସିହାରେ ଡ. ରତନ ଦାସଙ୍କୁ ବିବାହ କରିଥିଲେ। ବିବାହ ପରେ ସେ ସ୍ବାମୀଙ୍କ ସହ କୋରାପୁଟ ଜିଲ୍ଲାକୁ ଚାଲି ଯାଇଥିଲେ। ସେ ସନ୍ଥ ବିନୋବା ଭାବେଙ୍କ ଭୂଦାନ ଆନ୍ଦୋଳନରେ ପ୍ରଭାବିତ ହୋଇଥିଲେ ଓ ୧୯୫୬ ରୁ ୧୯୮୦ ମସିହା ପର୍ୟ୍ୟନ୍ତ ବିନୋବାଙ୍କ ଆନ୍ଦୋଳନରେ ନିଜକୁ ସାମିଲ କରିଥିଲେ। ସେହି ସମୟରେ ସେ ସେଠାରେ ୮ ଜଣ ଆଦିବାସୀ ଝିଅଙ୍କୁ ନେଇ ଏକ ସେବା ସମାଜ ଗଠନ କରିଥିଲେ। ସମାଜସେବା ପାଇଁ ତାଙ୍କୁ ୧୯୯୪ ମସିହାରେ ଜମନ୍‌ଲାଲ୍‌ ବଜାଜ୍ ପୁରସ୍କାର ମିଳିଥିଲା।

Get real time updates directly on you device, subscribe now.

Leave A Reply

Your email address will not be published.