THE BYAPINI

ଶର୍ମିଷ୍ଠା ରାଉତ ଗିରଫ

Get real time updates directly on you device, subscribe now.

କ୍ୟାମେରା ମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା । ଶେଷରେ ବନ୍ଧାହେଲେ ଅଭିଯୁକ୍ତ ଶର୍ମିଷ୍ଠା ରାଉତ୍ । ଭଦ୍ରକ ନଳାଙ୍ଗ ଗାଁରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । କେବଳ ଶର୍ମିଷ୍ଠା ନୁହେଁ ତାଙ୍କ ସହଯୋଗୀ ଝୁନା ଭୋଇଙ୍କୁ ମଧ୍ୟ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଭଦ୍ରକ ପୋଲିସ ଓ କ୍ରାଇମବ୍ରାଞ୍ଚ ମିଳିତ ଉଦ୍ୟମରେ ଉଭୟଙ୍କୁ ଗିରଫ କରାଯାଇଛି । ଦୁଇଜଣଙ୍କୁ ୧୦ ଦିନ ରିମାଣ୍ଡରେ ନେବାକୁ ଯୋଜନା କରିଛି କ୍ରାଇମବ୍ରାଞ୍ଚ ।
ମାନସ ସ୍ୱାଇଁ ହତ୍ୟା ଘଟଣାରେ ତଦନ୍ତ ଭାର ଏବେ କ୍ରାଇମ୍‌ବ୍ରାଞ୍ଚ ପାଖରେ । ହତ୍ୟା ମାମଲାର ଟିକିନିଖି ଯାଞ୍ଚ କରୁଛି କ୍ରାଇମ୍‌ବ୍ରାଞ୍ଚ । ଏହିକ୍ରମରେ ରବିବାର ଦିନ୍‌ କ୍ରାଇମ୍‌ବ୍ରାଞ୍ଚ ଏକ ଟିମ୍‌ ଭୁବନେଶ୍ୱର ସ୍ଥିତ ଦୟାଲ ଆଶ୍ରମକୁ ଯାଇ ତଦନ୍ତ ଆରମ୍ଭ କରିଥିଲା । କ୍ୟାମେରାମ୍ୟାନ୍ ମାନସ ସ୍ବାଇଁଙ୍କୁ କେମିତି ହତ୍ୟା କରାଯାଇଥିଲା । ମୃତଦେହକୁ କିଭଳି କାର ପର୍ୟ୍ୟନ୍ତ ନେଇଥିଲେ ହତ୍ୟାକାରୀ । ଯେଉଁ ରୁମରେ ମାନସଙ୍କୁ ମାଡ ମରାଯାଇଥିଲା ଏବଂ ହତ୍ୟା କରାଯାଇଥିଲା ସେଠାରେ ଛାନଭିନ୍ କରିଛି ତଦନ୍ତକାରୀ ଟିମ୍ ।

Get real time updates directly on you device, subscribe now.

Leave A Reply

Your email address will not be published.