THE BYAPINI

ବାତ୍ୟାରେ କ୍ଷତି ୬୧୦ କୋଟି

Get real time updates directly on you device, subscribe now.

ବାତ୍ୟା ‘ୟାସ’ରେ ମୋଟ ୬୧୦ କୋଟି ଟଙ୍କା କ୍ଷତି ହୋଇଛି । ରାଜ୍ୟର ୧୧ହଜାର ଗାଁର ୬୦ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସି ଜରିଆରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ୟ୍ୟକ୍ରମ ସଂପର୍କରେ ସମୀକ୍ଷା କରିଛନ୍ତି । ବାତ୍ୟା ସମୟରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ତଥ୍ୟ ସଂଗ୍ରହ କରି ଉତ୍ତମ ଭାବରେ ଡକ୍ୟୁମେଣ୍ଟେସନ୍ କରିବା ପାଇଁ ପରାମର୍ଶ ଦେଇଛନ୍ତି ।

ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଓ ଜିଲ୍ଲା ପ୍ରଶାସନ ବାତ୍ୟା ସମୟରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଲୋକଙ୍କ ଜୀବନ ସୁରକ୍ଷା କରିଛନ୍ତି । ବାତ୍ୟା ପରେ ପୁନରୁଦ୍ଧାର କାର୍ୟ୍ୟ ମଧ୍ୟ ଅତି କମ୍‌ ସମୟ ମଧ୍ୟରେ କରାଯାଇପାରିଛି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ ସମସ୍ତ କାର୍ୟ୍ୟର ଡକୁମେଣ୍ଟେସନ କରିବାର ଆବଶ୍ୟକତା ସଂପର୍କରେ କହିଥିଲେ । ବୈଠକରେ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ପ୍ରଶାସନ ଜିରୋ କାଜୁଆଲିଟି ଲକ୍ଷ୍ୟ ନେଇ କାମ କରିଥିଲା ଓ ଏଥିରେ ସଫଳ ହୋଇଛି। ୧୧ ହଜାର ଗ୍ରାମର ୬୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ । ବାତ୍ୟାରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଓ ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସଂପତ୍ତି କ୍ଷତି ହୋଇଛି । ସମୁଦାୟ କ୍ଷତିର ପରିମାଣ ୬୧୦ କୋଟି ଟଙ୍କା । ଏବଂ ରିଲିଫ ପାଇଁ ୬୬ କୋଟି ଟଙ୍କା ଆବଶ୍ୟକ ବୋଲି ସେ କହିଥିଲେ।

ସେହିପରି ବୈଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟାରେ ସମୁଦାୟ ୧୫୦ଟି ଗାଁରେ ଜଳମଗ୍ନ ହୋଇଥିଲା । ସାମୁଦ୍ରିକ ଲୁଣିପାଣି ଯୋଗୁ ଫସଲ ମଧ୍ୟ କ୍ଷତି ହୋଇଛି ବୋଲି ସେ କହିଥିଲେ । ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ବିଜୁଳି ଓ ପିଇବା ପାଣି ଯୋଗାଇବା ପାଇଁ ୧୦୦୦ଟି ଡିଜି ସେଟ୍‌, ଟ୍ୟାଙ୍କର ଓ ପିଭିସି ଟ୍ୟାଙ୍କ ଆଦି ନିୟୋଜିତ କରାଯାଇଥିଲା ।

Get real time updates directly on you device, subscribe now.

Leave A Reply

Your email address will not be published.