THE BYAPINI

କାଲି କଂଗ୍ରେସର ଓଡ଼ିଶା ବନ୍ଦ

Get real time updates directly on you device, subscribe now.

ଆସନ୍ତାକାଲି ଓଡିଶାର ବନ୍ଦ ଡାକରା ଦେଇଛି । ଦରଦାମ ବୃଦ୍ଧିକୁ ନେଇ ସକାଳ ୭ରୁ ଦିନ ୧ଟାଏ ଯାଏଁ କଂଗ୍ରେସ ବନ୍ଦ ପାଳନ କରିବ । ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ ଭାବେ କରାଯିବ ବୋଲି କହିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ପେଟ୍ରୋଲ, ଡିଜେଲ ଓ ଗ୍ୟାସ ଦର ବୃଦ୍ଧି, ଆଇନଶୃଙ୍ଖଳା ଓ କୋଟିଆ ଆଦି ପ୍ରସଙ୍ଗକୁ ନେଇ କଂଗ୍ରେସ ବନ୍ଦ ଡାକରା ଦେଇଛି ।

କଂଗ୍ରେସର ବନ୍ଦ ଡାକରାକୁ ନେଇ ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଗଣଶିକ୍ଷାମନ୍ତ୍ରୀ ସୂଚନା ଦେଇଛନ୍ତି । ସେହିପରି ମଙ୍ଗଳବାର ଦିନ ମଧ୍ୟ ସରସ୍ୱତୀ ପୂଜା ପାଇଁ ସ୍କୁଲ ରହିବ । କରୋନା ସଂକ୍ରମଣକୁ ଦୃଷ୍ଟି ସ୍କୁଲ୍‌ରେ ପାଳନ ହେବନି ସରସ୍ବତୀ ପୂଜା। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ସରସ୍ବତୀ ପୂଜାରେ ସ୍କୁଲ ବନ୍ଦ ରହିବ ବୋଲି ମଧ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା ଦେଇଛନ୍ତି।

କାଲି ସକାଳ ୭ଟାରୁ ଦିନ ୧ଟା ଯାଏଁ ଏହି ବନ୍ଦ ପାଳନ ହେବ। ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଭାବେ କଂଗ୍ରେସ ଏହି ବନ୍ଦ ପାଳନ କରିବ ବୋଲି ପୂର୍ବରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇସାରିଛନ୍ତି। ତେବେ ଏହି ସମୟରେ ଔଷଧ ଦୋକାନ ଓ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯାଇଛି। ବନ୍ଦ ପାଳନ ସମୟରେ ବାହାଘର ଗାଡ଼ି ଓ ଅନ୍ତିମ ସଂସ୍କାର ପାଇଁ ଯାଉଥିବା ଗାଡ଼ିକୁ ମଧ୍ୟ ଅଟକାଯିବନି ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.