THE BYAPINI

ନବୀନଙ୍କ ସହ କଥା ହେଲେ ଧର୍ମେନ୍ଦ୍ର

Get real time updates directly on you device, subscribe now.

ମହାମାରୀ ମହାସଂକଟ ସମୟରେ କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପଧାନ । ଗାଁ ଓ ୱାର୍ଡସ୍ତରରେ କୋଭିଡ- ୧୯ର ମୁକାବିଲା ପାଇଁ ସମସ୍ତ ରାଜନୈତିକ ଦଳର ନେତା ମାନଙ୍କୁ ନେଇ ‘କୋଭିଡ୍ କ୍ରାଇସିସ ମ୍ୟାନେଜମେଂଟ୍ କମିଟି’ ଗଠନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଗାମୀ ୧୫ ଦିନ ଆମ ସମସ୍ତଙ୍କ ପାଇଁ ଚ୍ୟାଲେଞ୍ଜିଂ ସମୟ ରହିବ, ତେଣୁ ତୃଣମୂଳ ସ୍ତରରେ କୋଭିଡ୍‌ର ମୁକାବିଲାରେ ସମାଜର ପ୍ରତିଷ୍ଠିତ ବ୍ୟକ୍ତି, ସ୍ୱେଚ୍ଛାସେବୀ ତଥା ସମସ୍ତ ରାଜନୈତିକ ଦଳର ନେତାମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ।

କୋଭିଡ୍‌-୧୯ର ସଠିକ୍ ମୁକାବିଲା କରିବା ପାଇଁ ଭାରତ ସରକାରଙ୍କ ଦ୍ୱାରା ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଗୁଡ଼ିକ ବିଷୟରେ ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିବା ପରେ ପ୍ରଧାନ ଏହା ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଓଡ଼ିଶାରେ କିପରି ଭ୍ୟାକସିନ୍ ଉପଲବ୍ଧ ହୋଇପାରିବ ସେ ନେଇ ମୁଖ୍ୟମନ୍ତ୍ରୀ ମୋତେ ଅବଗତ କରାଇଲେ। ରାଜ୍ୟକୁ କିପରି ଭ୍ୟାକସିନ୍‌, ରେମଡ଼େସିଭିର ଡ୍ରଗ୍ସ, ରାପିଡ଼୍ ଆଂଟିଜେନ୍ ଟେଷ୍ଟ କିଟ୍ ଅଧିକରୁ ଅଧିକ ଯୋଗାଯାଇ ପାରିବ ସେ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼. ହର୍ଷବର୍ଦ୍ଧନ ଏବଂ କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡବୀୟଙ୍କ ସହ କଥା ହୋଇଥିବା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲି।

ମହାମାରୀର ସଂକଟ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ରାଜ୍ୟ ସରକାରଙ୍କୁ ଯଥାସମ୍ଭବ ସହଯୋଗ କରିବା ପାଇଁ ପଦକ୍ଷେପ ନେଉଛନ୍ତି । ମିଳିତ ସହଯୋଗ ଏବଂ ସମନ୍ୱୟ ବଳରେ ଓଡ଼ିଶା ଏବଂ ଭାରତ ଏହି ମହାମାରୀ ବିରୁଦ୍ଧ ଲଢ଼େଇରେ ବିଜୟୀ ହୋଇପାରିବ । ଆମେ ଏକାଠି ହୋଇ ଜିତିପାରିବା ବୋଲି ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.