THE BYAPINI

ଭିସୁଟ୍ ସଟଡାଉନ

Get real time updates directly on you device, subscribe now.

ବୁର୍ଲା ବୀର ସୁରେନ୍ଦ୍ର ସାଏ ବିଶ୍ୱବିଦ୍ୟାଳୟ ସଟଡାଉନ । ଭିସୁଟ ହଷ୍ଟେଲରେ କରୋନା ସଂକ୍ରମଣ ବୃଦ୍ଧି ପରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସଟଡାଉନ ହେଲା ବୀର ସୁରେନ୍ଦ୍ର ସାଏ ବିଶ୍ୱବିଦ୍ୟାଳୟ । ଗତକାଲି ୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ସମ୍ପୂର୍ଣ୍ଣ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି ।

ବୁର୍ଲା ଭିସୁଟର ପୁଲହ, ପୁଲସ୍ତ୍ୟ ଅତ୍ରି, କ୍ରତୁ, ବଶିଷ୍ଠ, ମରିଚି, ଅନୁରାଧା, ଅରୁନ୍ଧତି, ରୋହିଣୀ, ବିଶାଖା ଓ ବସୁନ୍ଧରା ହଷ୍ଟେଲକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ସେହିପରି ପୁଲହ ହଷ୍ଟେଲକୁ ଲାଗିଥିବା ଥିବା ଅଂଚଳରୁ ବଫର ଜୋନ୍ ଘୋଷଣା କରାଯାଇଛି । ଏହି ସବୁ ଅଞ୍ଚଳରେ ସାଧାରଣ ଲୋକଙ୍କ ଚଳପ୍ରଚଳ ଉପରେ କଟକଣା ଜାରି କରାଯାଇଥିବା ବେଳେ ତଦାରଖ ପାଇଁ ବୁର୍ଲା ଥାନା ଆଇଆଇସିଙ୍କୁ ଦାୟିତ୍ୱ ଦିଆଯାଇଛି। ଏହି ସବୁ ଅଞ୍ଚଳରେ ଲୋକଙ୍କୁ ଘରେ ରହିବାକୁ କଡ଼ା ନିର୍ଦ୍ଦେଶ ଦିଆଯିବା ସହ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସବୁ ଅଞ୍ଚଳରେ ଥିବା ସମସ୍ତ ସରକାରୀ ଏବଂ ଘରୋଇ ପ୍ରତିଷ୍ଠାନ ବନ୍ଦ ରଖିବାକୁ କୁହାଯାଇଛି। ୨୭ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମ୍ପୁର୍ଣ୍ଣ ସଟଡାଉନ ରହିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି ।

ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ବବିଦ୍ୟାଳୟର ୨୫ ଜଣ ଛାତ୍ର କରୋନା ଆକ୍ରାନ୍ତ ହୋଇଛନ୍ତି । ୨ ଦିନ ଭିତରେ ୩ଟି ହଷ୍ଟେଲରୁ ୨୫ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୬ ଜଣ ଅନ୍ୟ ହଷ୍ଟେଲରେ ରହି ଚିକିତ୍ସିତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍ ସସପେଣ୍ଡ କରାଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.