THE BYAPINI

ପରଲୋକରେ ଯୁବ କଂଗ୍ରେସ ନେତା ସଂଗ୍ରାମ ଜେନା

Get real time updates directly on you device, subscribe now.

ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ପରଲୋକ। ମାତ୍ର ୪୪ ବର୍ଷ ବୟସରେ ସଂଗ୍ରାମଙ୍କ ପରଲୋକ ହୋଇଛି। କୋଭିଡ୍ ଆକ୍ରାନ୍ତ ହୋଇ ହାଇଦ୍ରାବାଦରେ ଚିକିତ୍ସିତ ହେଉଥିଲେ। ପରଲୋକ ନେଇ ସୂଚନା ଦେଲେ ସାନ ଭାଇ ମନୋଜ ଜେନା।
ହାଇଦ୍ରାବାଦର କିମ୍ସ ହସପିଟାଲରେ ଚିକିତ୍ସାଧୀନ ଥିଲେ ସଂଗ୍ରାମ ଜେନା। କୋଭିଡ୍ ରୁ ସୁସ୍ଥ ହେବା ପରେ ୨ ମାସ ହେବ ହ୍ରାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । କୋଭିଡ୍ ରୁ ସୁସ୍ଥ ହେବା ପରେ ଫୁସଫୁସ ସଂକ୍ରମିତ ହୋଇଥିଲା । ସେ ୮୪ ଦିନ ହେବ ଇକ୍‌ମୋ ଚିକିତ୍ସାରେ ଚିକିତ୍ସିତ ହେଉଥିଲେ।
ସଂଗ୍ରାମ ଜେନାଙ୍କ ଦେହାନ୍ତ ଖବର ମିଳିବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ବରିଷ୍ଠ ନେତାମାନେ ଶୋକ ପ୍ରକାଶ କରିଛନ୍ତି । ସଂଗ୍ରାମଙ୍କ ଦେହାନ୍ତରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଶୋକ ବ୍ୟକ୍ତ କରିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.